ପୃଷ୍ଠା:Akashare Luchakali.pdf/୧୪

ଏହି ପୃଷ୍ଠାଟି ବୈଧ ହୋଇସାରିଛି

ଆକାଶରେ ଲୁଚକାଳି ୧୨

ମହାକାଶରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀର ସ୍ଥିତି ଓ ଗତି ଜାଣିବାରୁ ମଣିଷ ଏହାର ଉତ୍ତର ମଧ୍ୟ ଧୀରେ ଧୀରେ ବୁଝିଲା ।

ଆମେ ଜାଣିଲେ ଯେ ପୃଥିବୀ ସୂର୍ଯ୍ୟ ଚାରିପଟରେ ବୁଲୁଛି ଏବଂ ଚନ୍ଦ୍ର ପୃଥିବୀ ଚାରିପଟେ ବୁଲୁଛି । ଆହୁରି ଜଣାଗଲା ଯେ ସୂର୍ଯ୍ୟ ପୃଥିବୀର କକ୍ଷ‌ପଥ ତୁଳନାରେ କିଛି (ପ୍ରାୟ ୫) ଢଳି ରହିଛି । ତେଣୁ ଚନ୍ଦ୍ର କେବେ ସୂର୍ଯ୍ୟ ପୃଥିବୀ ସମତଳର ଉପରେ

[[ଫାଇଲ:|402px|page=14]]
ଚନ୍ଦ୍ର କକ୍ଷପଥ ସୂର୍ଯ୍ୟ-ପୃଥିବୀ କକ୍ଷପଥ
ତୁଳନାରେ ୫ ଢଳି କରି ରହିଛି ।

ରହେ ତ କେବେ ତଳେ । ତେଣୁ ଅମାବାସ୍ୟାରେ ଚନ୍ଦ୍ର ଓ ସୂର୍ଯ୍ୟ ପୃଥିବୀର ଏକ ଦିଗରେ ରହିଲେ ମଧ୍ୟ ଏକ ସିଧାରେ ରହନ୍ତି ନାହିଁ । ଫଳରେ ଚନ୍ଦ୍ର ସୂର୍ଯ୍ୟକୁ ଉହାଡ କରିପାରେନାହିଁ । ତେଣୁ ସୂର୍ଯ୍ୟପରାଗ ହୁଏନାହିଁ । ସେହିଭଳି ସବୁ ପୂର୍ଣ୍ଣିମାରେ ଚନ୍ଦ୍ର ପୃଥିବୀ ପଛରେ ଲୁଚିଯାଏନାହିଁ ବା ଚନ୍ଦ୍ରଗ୍ରହଣ ହୁଏନାହିଁ ।

ଦୁଇ କକ୍ଷପଥର ସମତଳ ନିଜ ନିଜକୁ ଗୋଟିଏ ଧାରରେ କାଟନ୍ତି । ଚନ୍ଦ୍ର ପୂର୍ଣ୍ଣମୀ ବା ଅମାବାସ୍ୟା ଦିନ ଏହି ଧାରରେ (ଅର୍ଥାତ ସୂର୍ଯ୍ୟ ଓ ପୃଥିବୀ ସହିତ ଏକ ସମତଳରେ) ରହିଲେ ସୂର୍ଯ୍ୟପରାଗ ବା ଚନ୍ଦ୍ରଗ୍ରହଣ ହୋଇପାରିବ । ଏହି ଛେଦ ଧାରଟି ପ୍ରତି ୧୭୩