ପୃଷ୍ଠା:Akashare Luchakali.pdf/୨୮

ଏହି ପୃଷ୍ଠାଟି ବୈଧ ହୋଇସାରିଛି
ଆକାଶରେ ଲୁଚକାଳି
୨୬
 


ରହିଥିବା ଚନ୍ଦ୍ର କେବଳ କିଛି ଲାଲ ରଶ୍ମି ପାଏ ଓ ତା'ର ଏହି ବିଶେଷ ରୂପ ଦେଖାଏ ।

କେବେ କେବେ ବେଶ୍ ଅନ୍ଧାର...

ଚନ୍ଦ୍ର-ପୃଥିବୀର ଦୂରତା ବହୁତ କମ୍ ଥିଲେ ବଙ୍କେଇ ଯାଉଥିବା ପ୍ରତିସରିତ ରଶ୍ମି (ଅଧିକ ତରଙ୍ଗ ଦୈର୍ଘ୍ୟର ଲାଲ ରଶ୍ମି) ଚନ୍ଦ୍ର ଉପରେ ପଡିପାରେନାହିଁ । ତେଣୁ ଏହା ଫିକା ଲାଲ ଦେଖାନଯାଇ ବେଶି ଅନ୍ଧାରୁଆ ଦେଖାଯାଏ । ଆହୁରି ମଧ୍ୟ ପୃଥିବୀର ବାୟୁମଣ୍ଡଳରେ ଧୂଳିଧୂଆଁ ଆଦି ଅଧିକ ପରିମାଣରେ ଥିଲେ ପୂର୍ଣ୍ଣ‌ଗ୍ରହଣ ସମୟରେ ଚନ୍ଦ୍ର ଅଧିକା ମାନ୍ଦା ଦେଖାଯାଏ ।

ପରାଗ ବିଚିତ୍ରା

ବର୍ଷକ ଭିତରେ ୨ଟିରୁ ୫ଟି ପର୍ଯ୍ୟନ୍ତ ପରାଗ/ଗ୍ରହଣ ଦେଖାଯାଏ । ଏଥିରୁ ଅତି କମରେ ଦୁଇଟି ସୂର୍ଯ୍ୟପରାଗ ଓ ଅତି ବେଶୀରେ ୩ଟି ଚନ୍ଦ୍ରଗ୍ରହଣ ହୋଇପାରେ । କେବେ କେବେ ୫ଟି ଯାକ ସୂର୍ଯ୍ୟପରାଗ ମଧ୍ୟ ହୋଇପାରେ । ହିସାବ କରାଯାଏ ଯେ ୧୦୦ ବର୍ଷରେ ହାରାହାରି ୨୩୮ଟି ସୂର୍ଯ୍ୟପରାଗ ଓ ୧୫୪ଟି ଚନ୍ଦ୍ରଗ୍ରହଣ ପୃଥିବୀ ଉପରୁ ଦେଖାଯାଏ । ଏହି ୧୦୦ ବର୍ଷରେ ପୃଥିବୀର ଉପଛାୟାରେ ଚନ୍ଦ୍ର ପ୍ରାୟ ୮୭ ଥର ରହିଥାଏ । ଏହି ଅବସ୍ଥାକୁ ଗ୍ରହଣ ଭାବରେ ଧରିଲେ ମୋଟ ଚନ୍ଦ୍ରଗ୍ରହଣ ସଂଖ୍ୟା ହେବ ୨୪୧ । ଅର୍ଥାତ ପ୍ରାୟ ଏକା ସଂଖ୍ୟାର ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣ ଦେଖାଯାଏ ।

ଯେ କୌଣସି ଚନ୍ଦ୍ରଗ୍ରହଣ ପୃଥିବୀର ରାତି ଅଞ୍ଚଳ ସାରା ଦେଖାଯାଏ । କିନ୍ତୁ ସୂର୍ଯ୍ୟପରାଗ ଅଳ୍ପ ଅଞ୍ଚଳରୁ ଦେଖିହୁଏ । ତେଣୁ ଅଧିକ ଚନ୍ଦ୍ରଗ୍ରହଣ ହେଉଥିବା ଭଳି ମନେହୁଏ । ସାଧାରଣତଃ ପୃଥିବୀର