ପୃଷ୍ଠା:Akashare Luchakali.pdf/୩୫

ଏହି ପୃଷ୍ଠାଟି ବୈଧ ହୋଇସାରିଛି


ସୃଜନିକା ଶିକ୍ଷା, ବିଶେଷ କରି ବିଜ୍ଞାନ ଶିକ୍ଷା, ଦିଗରେ କାମ କରୁଥିବା ଏକ ଆଗ୍ରହୀ ଦଳ । ସମାଜରେ ମୌଳିକ ଚିନ୍ତାଧାରା ଓ ସୃଜନଶୀଳତା ଏବଂ ବୈଜ୍ଞାନିକ ଦୃଷ୍ଟିକୋଣର ବିକାଶ କରାଇବା ବିଜ୍ଞାନ ଶିକ୍ଷାର ନୂଆ ଦିଗ ଖିଜିବା ଏହାକୁ ଆହୁରି ଆଗ୍ରହଜଙ୍କ କରିବା ପିଲାମାନଙ୍କ ପାଇଁ ବିଜ୍ଞାଙ୍କୁ ଉଦ୍ଦୀପନାମୂଳକ କରିବା ତାକୁ ନିତିଦିନିଆ ଜୀବନ ସହ ଯୋଡିବା ବଡମାନଙ୍କୁ ବିଜ୍ଞାନର ବିଭିନ୍ନ ଦିଗ ଓ ସାମାଜିକ ପ୍ରଭାବ ବିଷୟରେ ସଚେତନ କରିବା । ଦେଶର ସ୍ୱାବଲମ୍ବନଶୀଳ ବିକାଶ ପାଇଁ ବୌଦ୍ଧିକ ପ୍ରସ୍ତୁତି ଆଣିବା ହେଉଛି ସୃଜନିକାର ମୂଳ ଲକ୍ଷ୍ୟ ।

ଏଥିପାଇଁ ସୃଜନିକାର କାମଗୁଡିକ ପ୍ରଥମରେ ପିଲାଙ୍କ ପାଇଁ ଉଦ୍ଦିଷ୍ଟ । କିନ୍ତୁ ପିଲାଙ୍କ ପାଖାରେ ପହଞ୍ଚିବା ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଆଗ୍ରହୀ ଜନସାଧାରଣ ହେଉଛନ୍ତି ମାଧ୍ୟମ । ଏମାନଙ୍କୁ ଉସ୍ଚାହିତ କରିବା ତଥା ଏମାନଙ୍କ ସହ ମିଶି ନୂଆ ବାଟ ଖୋଜିବା ଓ କାମକୁ ଆଗେଇ ନେବା ପାଇଁ ବୁଦ୍ଧିଜୀବୀ ଓ ଆଗ୍ରହୀ କର୍ମୀଙ୍କୁ ଏକାଠି କରିବା ହେଉଛି ସୃଜନିକାର ମୁଖ୍ୟ କାମ ।

ଏଥିପାଇଁ ସୃଜନିକାର ଉଦ୍ୟମ ଭିତରେ ରହିଛି ବିଜ୍ଞାନ ତରଙ୍ଗ ପତ୍ରିକା ଓ ଅନ୍ୟ ବହି ପ୍ରକାଶନ, ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମୀମାନଙ୍କ ପାଇଁ ବିଭିନ୍ନ କର୍ମଶାଳା/ଶିବିର, ପିଲାଙ୍କ ପାଇଁ ବିଜ୍ଞାନ ଶିବିର ଆଦି ଆୟୋଜନ କରିବା । ଏହି ଦିଗରେ ଅନ୍ୟ ପ୍ରକାଶକଙ୍କ ଦ୍ୱାରା ପ୍ରକାଶିତ ବହି ବିତରଣ କରିବା ବିଜ୍ଞାନ ଖେଳନା ଏବଂ ଅନ୍ୟ ସାଧନ ସାମଗ୍ରୀ ପ୍ରସ୍ତୁତି ଓ ବିତରଣ ଏହାର ଗୋଟିଏ ବିଶେଷ କାମ ।